କାର୍ତ୍ତିକ ପୂର୍ଣ୍ଣିମାରେ ଘଟିଗଲା ବଡ଼ ଅଘଟଣ। ଗଙ୍ଗାରେ ବୁଡ଼ ପକାଇବା ପୂର୍ବରୁ ଚାଲିଗଲା ଜୀବନ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମିର୍ଜାପୁରର ଚୁନାର ରେଳ ଷ୍ଟେସନରେ ପ୍ରାୟ ୪ଜଣ ତୀର୍ଥଯାତ୍ରୀ ଟ୍ରେନ୍ ଚକାରେ କଟି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସବିଶେଷ ସୂଚନା ନେବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ଏହା ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ୍ କାର୍ଯ୍ୟ ଆରମ୍ଭ କରିବାକୁ ଏବଂ ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
