ନୂଆପଡ଼ା: ନୂଆପଡ଼ା ନିର୍ବାଚନ ପ୍ରଚାର ଆଉ ମାତ୍ର ୪ ଦିନ । ଭୋଟରଙ୍କ ନିକଟରେ ପହଞ୍ଚିବାକୁ ସବୁଦଳର ପ୍ରାର୍ଥୀ ଓ ନେତାଙ୍କ ଜୋରଦାର କସରତ କରୁଛନ୍ତି । ଏହା ସାଙ୍ଗକୁ ହେଭିଓ୍ବେଟ୍ ନେତାଙ୍କୁ ମଇଦାନକୁ ଓହ୍ଲାଇ ଭୋଟ୍ ହାତେଇବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ।
ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ଉନ୍ମୋଚନ ହୋଇଛି । ଇସ୍ତାହାର ଉନ୍ମୋଚନ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ନୂଆପଡା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପନିର୍ବାଚନ ପାଇଁ ନୂଆପଡ଼ା ସ୍ଥିତ ଖୁଣ୍ଟିଆ ଭବନ ଠାରେ ନୂଆପଡ଼ା ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ, ଉପନିର୍ବାଚନ ନିମନ୍ତେ କଂଗ୍ରେସର ଇସ୍ତାହାର ସମାବେଶରେ ପିସିସି ସଭାପତି ଭକ୍ତ ଚରଣ ଦାସ, ସାଂସଦ ସପ୍ତଗୀରି ଉଲ୍ଳାକା, ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡ଼ାମ୍, ପୁର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୁର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପୁର୍ବତନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ନୂଆପଡ଼ା ଜିଲ୍ଲାର ବିକାଶ ତଥା ବର୍ଷ ବର୍ଷ ଧରି ପ୍ରତାରିତ ହେଉଥିବା ଜିଲ୍ଲା ବାସୀଙ୍କୁ ନ୍ୟାୟ ଦେବା ପାଇଁ କଂଗ୍ରେସର ସବିଶେଷ ଘୋଷଣାପତ୍ରର ଉନ୍ମୋଚନ କରିଛନ୍ତି ।
