ଆଜି ନୂଆପଡା ଉପନିର୍ବାଚନ ଫଳ । ସକାଳୁ ଷ୍ଟ୍ରଙ୍ଗରୁମରେ ଖୋଲାହୋଇଛି ପୋଷ୍ଟାଲ୍ ବାଲାଟ୍ । ଆରମ୍ଭ ହୋଇ ଗଲାଣି କାଉଣ୍ଟ ଡାଉନ୍ । ସକାଳ ୮ଟାରୁ ଗଣତି ଆରମ୍ଭ । ୧୪ଟି ଟେବୁଲରେ ୨୬ ରାଉଣ୍ଡ ଗଣତି ପରେ ଜଣାପଡିବ ରାଜନୈତିକ ଜିତ୍ କାହାର । ବିଜେଡି, ବିଜେପି ନା କଂଗ୍ରେସର । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍ ଗଣତି ହେବ । ଗଣତି ପୂର୍ବରୁ ଆଜି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟ୍ରଙ୍ଗରୁମରେ ଥିବା ଇଭିଏମ ଓ ଭିଭିପାଟ୍ ମେସିନର ନିରୀକ୍ଷଣ କରାଯାଇଛି । ପ୍ରତ୍ୟେକ ଟେବୁଲରେ ଜଣେ ଗଣତି ସହକାରୀ ଅଧିକାରୀ, ଗଣତି ସୂପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ରହିଛନ୍ତି ।ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
୧୧ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟ୍ରେ ଆଗୁଆ
୧୧ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୪,୯୮୦ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୮,୧୮୪ ଭୋଟ୍
ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୫,୩୩୭ ଭୋଟ୍
