ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ଏହାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗୃହକୁ ସମ୍ବୋଧିତ କରିଛନ୍ତି। ପରେ କଂଗ୍ରେସ ଦଳର ନେତା ରାମଚନ୍ଦ୍ର କାଡ଼ାମ ନିଜର ବକ୍ତବ୍ୟ ରଖିଛନ୍ତି।
ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଆଗତ କରିଛନ୍ତି। ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ କରିଛନ୍ତି।। ଏହା ପରେ ବାଚସ୍ପତି ପାଢ଼ୀ ସୁରମା ଅପରାହ୍ନ ୪ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।
