ଭୁବନେଶ୍ବର : ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ । ସ୍ବାଗତ ପାଇଁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଥିଲା । ବିମାନବନ୍ଦରରୁ ବାହାରି ସିଧା ରାଜଭବନ ପହଞ୍ଚିଥିଲେ । ବିମାନବନ୍ଦର- ରାଜଭବନ ରାସ୍ତାରେ ବହୁ ଜନ ସମାଗମ ହୋଇଥିଲା । ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ଉଦବୋଧନ ଦେବେ । ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି । ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ
