ଭୁବନେଶ୍ବର: ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡ଼ା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନ କାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଉଛନ୍ତି ଉଭୟ ଶାସକ ଓ ବିରୋଧୀ।ଏଣେ ବିଧାନସଭାରେ କେନ୍ଦ୍ରୀୟ ବିଦ୍ୟାଳୟ-୩ ସମ୍ମୁଖରେ ବୋମା ବିସ୍ଫୋରଣ ପ୍ରସଙ୍ଗ ଉଠିଛି। ବିଜେଡି ବିଧାୟକ ପ୍ରତାପ ଦେବ ପ୍ରସଙ୍ଗ ଉଠାଇଥିଲେ। ଘଟଣାର ତଥ୍ୟ ସଂଗ୍ରହ କରି ବିଧାନସଭାରେ ଉପସ୍ଥାପନ କରିବାକୁ ବାଚସ୍ପତି ସୁରମା ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି।
