ବାଂଲାଦେଶ ହାଇକମିଶନରଙ୍କୁ ସମନ। ଢାକାରେ ଭାରତୀୟ ଦୂତାବାସର ସୁରକ୍ଷା ନେଇ ସମନ ଜାରି କଲେ ଭାରତ ସରକାର। ଆଜି ଦିଲ୍ଲୀରେ ଥିବା ବାଂଲାଦେଶ ହାଇକମିଶନରଙ୍କୁ ସମନ କରିଛନ୍ତି ସରକାର। ଗତ କିଛି ଦିନ ଧରି ବାଂଲାଦେଶ ରାଜଧାନୀରେ ଭାରତୀୟ ମିଶନ ବାହାରେ ଚାଲିଥିବା ବିରୋଧ ପ୍ରଦର୍ଶନ ପରିପ୍ରେକ୍ଷୀରେ ଏହି ପଦକ୍ଷେପ ନିଆଯାଇଛି।ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଭାରତରେ ଅବସ୍ଥାପିତ ବାଂଲାଦେଶର ହାଇକମିଶନର ଏମ୍. ରିଆଜ ହମିଦୁଲ୍ଲାଙ୍କୁ ସମନ କରିଛନ୍ତି। ତାଙ୍କୁ ଢାକାରେ ଭାରତୀୟ ମିଶନର ସୁରକ୍ଷା ବ୍ୟବସ୍ଥା ଏବଂ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଭାରତର ଚିନ୍ତା ବିଷୟରେ ଅବଗତ କରାଯାଇଛି।
