ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଜିତ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି ।
